ରାଜ୍ୟ ସ୍ୱାସ୍ଥ୍ୟ

ମୃତ୍ୟୁ ଉପରେ ଲାଗି ପାରୁନି ରୋକ୍: ଆଜି ୧୯ ଜଣ କରୋନାରେ ଟଳିଲେ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ଗତ କିଛି ଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦ ମଧ୍ୟରେ ରହୁଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ