ଦେଶ ବିଦେଶ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ପେଶାଲ ରିପୋର୍ଟ

ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ମିଳିବ ୧୫ ପ୍ରତିଶତ ସଂରକ୍ଷଣ: ବିଧାନସଭାରେ ସଂକଳ୍ପ ଆଣିଲେ ମୁଖ୍ୟମନ୍ତ୍ରୀ, ସର୍ବସମ୍ମତି କ୍ରମେ ହେଲା ପାରିତ

ଭୁବନେଶ୍ବର: ସରକାରୀ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଖୁସି ଖବର। ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ବଡ଼ ଭେଟି ଦେଇଛନ୍ତି। ସରକାରୀ ହାଇସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ସଂକଳ୍ପ ଆଣିଛନ୍ତି। ନାମଲେଖା ସମୟରେ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ । ନବୀନ ବିଧାନସଭାରେ ଏହି ସଂକଳ୍ପ ଆଣିଥିବା ବେଳେ ସର୍ବସମ୍ମତି କ୍ରମେ ଏହା ପାରିତ ହୋଇଥିବା ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର କହିଛନ୍ତି।

ସରକାରଙ୍କ ଏଭଳି ନିଷ୍ପତ୍ତି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍ ଲାଭଦାୟକ ହେବ। ଗ୍ରାମାଞ୍ଚଳରେ ଇଞ୍ଜନିୟରିଂ ଓ ମେଡିକାଲ ପଢ଼ିବାକୁ ଚାହୁଁଥିବା ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ଏହି ନିଷ୍ପତ୍ତି ଯଥେଷ୍ଟ ସହାୟକ ହେବ। ଏହାବାଦ ସରକାରଙ୍କ ଏହି ନିଷ୍ପତ୍ତି ସରକାରୀ ସ୍କୁଲରେ ପାଠ ପଢ଼ିବାକୁ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମନରେ ଆଗ୍ରହ ସୃଷ୍ଟି କରିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ସଂକଳ୍ପକୁ ବିରୋଧୀ ଦଳର ସଦସ୍ୟମାନେ ମଧ୍ୟ ସମର୍ଥନ କରିଛନ୍ତି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି