ଅପରାଧ ରାଜ୍ୟ

ମେଡିକାଲ ପରିସରରେ ରୋଗୀଙ୍କ ଉପରେ ଚଢିଗଲା ବୋଲେରୋ, ୫ ଗୁରୁତରଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

ଭଦ୍ରକ ୧।୬: ଭଦ୍ରକ ଜିଲ୍ଲା ଆଗରପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଦୁର୍ଘଟଣା । ମେଡିକାଲ କାମରେ ନିୟୋଜିତ ବୋଲେରୋ ଧକ୍କାରେ ରୋଗୀ ଓ ସମ୍ପର୍କୀୟ ଆହତ ହୋଇଛନ୍ତି । ବୋଲେରୋ ଧକ୍କାରେ ଆହତ ଓ ଗୁରୁତରଙ୍କ ସଂଖ୍ୟା ୫ରେ ପହଞ୍ଚିଛି ।

ସୂଚନାଯୋଗ୍ୟ ଯେ, ମେଡିକାଲ କାମରେ ନିୟୋଜିତ ବୋଲେରୋରୁ ମେଡ଼ିସିନ ଅନଲୋଡ୍ ବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି । ତେବେ ବୋଲେରୋ ଧକ୍କାରେ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଦୁଇ ଜଣଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି । ତେବେ ଦୁର୍ଘଟଣାର କାରଣ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।