ରାଜ୍ୟ ସ୍ପେଶାଲ ରିପୋର୍ଟ

ମେ’ରେ ଓଜେଇଇ, ଆଜିଠୁ ଆବେଦନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ଆସନ୍ତା ମେ’ ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟ ଓ କଲେଜର ବି.ଫାର୍ମା, ଏମ୍‌ସିଏ, ଏମ୍‌.ଏସ୍‌ସି(କମ୍ପ୍ୟୁଟର ସାଇନ୍ସ), ଏମ୍‌ବିଏ, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି.କାର୍ଟ, ଏମ୍‌.ଟେକ୍‌, ଏମ୍‌.ଟେକ୍‌(ପାର୍ଟ-ଟାଇମ୍‌), ଏମ୍‌.ଆର୍କ, ଏମ୍‌.ପ୍ଲାନ୍‌, ଏମ୍‌.ଫାର୍ମା ଓ ଲାଟେରାଲ ଏଣ୍ଟ୍ରି ବି.ଟେକ୍‌ ଓ ଲାଟେରାଲ୍‌ ଏଣ୍ଟ୍ରି ବି.ଫାର୍ମା ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ପ୍ରବେଶିକା ପରୀକ୍ଷା କରାଯିବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମାଧ୍ୟମରେ ହେବାକୁ ଥିବା ପରୀକ୍ଷା ଲାଗି ଛାତ୍ରଛାତ୍ରୀ ଓଜେଇଇ ୱେବସାଇଟ୍‌ www.ojee.nic.in ରେ ଫର୍ମ ପୂରଣ କରିପାରିବେ। ଫେବ୍ରୁଆରି ୧୦ରୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଆବେଦନ କରିବାକୁ ସୁଯୋଗ ମିଳିବ। ଅନ୍‌ଲାଇନ୍‌ ଆବେଦନ କରିବା ପୂର୍ବରୁ‌ ସେମାନେ ୱେବସାଇଟ୍‌ରେ ଥିବା ସୂଚନା ପତ୍ରିକାକୁ ଭଲ ଭାବେ ପଢ଼ିବାକୁ ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ପରାମର୍ଶ ଦେଇଛନ୍ତି।

ଅନ୍ୟପକ୍ଷରେ ରାଜ୍ୟ ବାହାରର ଛାତ୍ରଛାତ୍ରୀ ଏହି ପରୀକ୍ଷା ମାଧ୍ୟମରେ ଓଡ଼ିଶାରେ ଥିବା ସରକାରୀ ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ଯୋଗ୍ୟତା ହାସଲ କରିପାରିବେ ନାହିଁ। ସେମାନେ କେବଳ ଘରୋଇ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବାକୁ ଯୋଗ୍ୟ ହେବେ। ଓଡ଼ିଶାର ସରକାରୀ ଓ ଘରୋଇ କଲେଜର ବି.ଟେକ୍‌, ବି.ଆର୍କ, ବି.ପ୍ଲାନ୍‌, ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି ପାଠ୍ୟକ୍ରମରେ ନାମଲେଖା ଲାଗି ଛାତ୍ରଛାତ୍ରୀଙ୍କୁ ସର୍ବଭାରତୀୟ ସ୍ତରରେ ଅନୁଷ୍ଠିତ ହେଉଥିବା ଜେଇଇ ମେନ୍‌ ଦେବାକୁ ପଡ଼ିବ। ଏମ୍‌ବିବିଏସ୍‌, ବିଡିଏସ୍‌, ବିଏଏମ୍‌ଏସ୍‌, ବିଏଚ୍‌ଏମ୍‌ଏସ୍‌ ପାଠ୍ୟକ୍ରମରେ ନାମଲେଖା ଲାଗି ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ହେବାକୁ ଥିବା ନିଟ୍‌(ୟୁଜି)-୨୦୨୩ରେ ଭାଗ ନେବାର ଆବଶ୍ୟକତା ରହିଛି। ଛାତ୍ରଛାତ୍ରୀମାନେ ଓଜେଇଇ ୱେବସାଇଟ୍‌ www.ojee.nic.in ଓ www.odishajee.com ମାଧ୍ୟମରେ ଅଧିକ ତଥ୍ୟ ପାଇପାରିବେ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।