ଦେଶ ବିଦେଶ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ମେ’୪ରୁ ଜୁନ୧୦ ପର୍ଯ୍ୟନ୍ତ ହେବ ସିବିଏସଇ ୧୦ମ ,୧୨ଶ ବୋର୍ଡ ପରୀକ୍ଷା, ଜୁଲାଇ ୧୫ ସୁଦ୍ଧା ପରୀକ୍ଷାଫଳ

ନୂଆଦିଲ୍ଲୀ : ସିବିଏସଇ ୧୦ମ ଓ ୧୨ଶ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ । ଏହି ବୋର୍ଡ ପରୀକ୍ଷା ମେ ୪ରୁ ଆରମ୍ଭ ହୋଇ ଜୁନ ୧୦ ପର୍ଯ୍ୟନ୍ତ ଚାଲିବ । ସେହିପରି ମାର୍ଚ୍ଚ ୧ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ ବୋଲି ସେ ଘୋଷଣା କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ଏହି ଘୋଷଣା ପରେ ଗତ କିଛି ମାସ ଧରି ଚାଲିଥିବା ଅନିଶ୍ଚିତତାର ଅନ୍ତ ହୋଇଛି ।

ଆଜି ତାରିଖ ଘୋଷଣା କରାଯିବ ବୋଲି ଗତ ଶନିବାରଦିନ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଥିଲା ।

ଗତ ସପ୍ତାହରେ ଶିକ୍ଷାମନ୍ତ୍ରୀ ସ୍ପଷ୍ଟ କରିଦେଇଥିଲେ ଯେ ସିବିଏସଇ ୧୦ମ ଓ ୧୨ଶ ବୋର୍ଡ ପରୀକ୍ଷା ଅଫଲାଇନ ମୋଡରେ ହିଁ ହେବ । କାରଣ ଅନେକ ପରୀକ୍ଷା କେନ୍ଦ୍ର ଗ୍ରାମାଞ୍ଚଳରେ ରହିଛି । ଅନ୍ୟପକ୍ଷରେ ପରୀକ୍ଷାକୁ ବାତିଲ କରି ପିଲାମାନଙ୍କୁ ପାସ କଲେ ତାହା ପିଲାମାନଙ୍କ ପ୍ରତି ଅବିଚାର ହେବ । କାରଣ ଭବିଷ୍ୟତରେ ସେମାନଙ୍କୁ କୋଭିଡ ସମୟର ପିଲା ବୋଲି କୁହାଯାଇପାରେ । ଏହା ସେମାନଙ୍କୁ ଉଚ୍ଚ ଶିକ୍ଷା, ଚାକିରି ଆଦି ବେଳେ ସମସ୍ୟାରେ ପକାଇପାରେ । ଏଣୁ ପରୀକ୍ଷା କୌଣସି ପରିସ୍ଥିତିରେ ବି ରଦ୍ଦ କରାଯିବ ନାହିଁ ବୋଲି ମନ୍ତ୍ରୀ ଉକ୍ତ ଓ୍ବେବିନାରରେ କହିଥିଲେ । ସେହିପରି ପିଲାଙ୍କ ସୁବିଧା ପାଇଁ ଏବର୍ଷ ପାଠ୍ୟକ୍ରମକୁ ୩୦ ପ୍ରତିଶତ ହ୍ରାସ କରାଯାଇଛି ।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି