ରାଜ୍ୟ

ମେ’ ତୃତୀୟ ସପ୍ତାହରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ବର : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ(ମାଟ୍ରିକ୍‌) ପରୀକ୍ଷା ଫଳ ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ। ଖାତା ଦେଖା ଶେଷ ହେବା ପରେ ଏବେ ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିଛି। ସମସ୍ତ ପ୍ରକ୍ରିୟା ଶେଷ ହେବାକୁ ଆଉ ୧୦ରୁ ୧୫ ଦିନ ସମୟ ଲାଗିପାରେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଏଥିସହ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯୁକ୍ତ୨ ଖାତା ମୂଲ୍ୟାୟନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ସପ୍ତାହରେ ଖାତାଦେଖା ଶେଷ ହେବାର ସମ୍ଭାବନା ରହିଛି। ତେଣୁ ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଚଳିତ ମାସ ଶେଷ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି। କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳରେ ସାମାନ୍ୟ ବିଳମ୍ବ ହୋଇପାରେ। ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ଫଳ କେବେ ବାହାରିବ ସେନେଇ ତାରିଖ ଧାର୍ଯ୍ୟ ହୋଇନାହିଁ। ଖୁବଶୀଘ୍ର ଏନେଇ ଘୋଷଣା କରାଯିବ ସେ କହିଛନ୍ତି।

ସୂଚନାଯୋଗ୍ୟ ଯେ ଚଳିତବର୍ଷ ୩,୨୧୮ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୨୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏପ୍ରିଲ ୩ରୁ ଖାତାଦେଖା ଆରମ୍ଭ ହୋଇଥିଲା। ରାଜ୍ୟର ମୋଟ ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ୧୩ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିଥିଲେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।