ଅପରାଧ ରାଜ୍ୟ

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ୧୦ରୁ ଅଧିକ ଯାତ୍ରୀ ଆହତ

ଢେଙ୍କାନାଳ ୧୬।୮: ୫୫ ନମ୍ବର ଜାତୀୟ ରାଜପଥ ଢେଙ୍କାନାଳ ସହର ଉପକଣ୍ଠ କଣ୍ଟେଇକୋଳିଆ ନିକଟରେ ଟ୍ରେଲର-ବସ୍ ଧକ୍କା ହୋଇଛି । ‘ଜଗନ୍ନାଥ’ ନାମକ ବସ୍‌କୁ ଧକ୍କା ଦେଲା ଟ୍ରେଲର । ବସ୍‌ରେ ଥିବା ପ୍ରାୟ ୬୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଅଧିକ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଳଚେରରୁ ଭୁବନେଶ୍ବର ଯାଉଥିବା ବେଳେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି ।

ସୂଚନାଯୋଗ୍ୟ ଯେ, ତାଳଚେର ଭୁବନେଶ୍ବର ଆସୁଥିବା ‘ଜଗନ୍ନାଥ’ ନାମକ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ୫୫ ନମ୍ବର ଜାତୀୟ ରାଜପଥ ଢେଙ୍କାନାଳ ସହର ଉପକଣ୍ଠ କଣ୍ଟେଇକୋଳିଆ ନିକଟରେ ଏହି ବସ୍‌କୁ ଏକ ଟ୍ରେଲର ଧକ୍କା ଦେଇଛି । କଟକ ପଟୁ ଆସୁଥିବା ଏକ ଟ୍ରେଲର ସହ ବସ୍ ମୁହାଁମୁହିଁ ଧକ୍କା ହେବା ପରେ ବସ୍‌ଟି ରାସ୍ତା ପାର୍ଶ୍ଵର ଏକ ଖାଲରେ ପସିଯାଇଥିବା ଜଣାପଡିଛି । ତେବେ ବସ୍ରେ ୬୦ରୁ ଅଧିକ ଯାତ୍ରୀ ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଖବର ପାଇ ଦମକଳ ବାହିନୀ ଓ ସ୍ଥାନୀୟ ଲୋକ ଆହତମାନଙ୍କୁ ବସ୍‌ରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଛନ୍ତି । ଆହତମାନଙ୍କୁ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତ ଯାତ୍ରୀମାନେ କଟକ ଭୁବନେଶ୍ବର ଓ ତାଳଚେର ଅଞ୍ଚଳର ବୋଲି ଜଣାପଡିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।