ଦେଶ ବିଦେଶ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରଥମ ‘ମଙ୍କିପକ୍ସ’ ସଂକ୍ରମଣ ଚିହ୍ନଟ

ୱାସିଂଟନ୍‌: ଚଳିତ ବର୍ଷ ପ୍ରଥମ କରି ଯୁକ୍ତରାଷ୍ଟ୍ର ଆମେରିକାର ମାସାଚ୍ୟୁସେଟ୍‌ସ୍‌ରେ ବିରଳ ‘ମଙ୍କିପକ୍ସ୍‌’ ସଂକ୍ରମଣ ଚିହ୍ନଟ ହୋଇଛି। ଏହି ରୋଗରେ ସଂକ୍ରମିତ ହୋଇଥିବା ବ୍ୟକ୍ତିଜଣକ କାନଡା ଭ୍ରମଣରେ ଯାଇଥିଲେ।

ଆକ୍ରାନ୍ତ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଟ୍ରାକିଙ୍ଗ୍‌ କରିବା ଲାଗି ସରକାରୀ ଅଧିକାରୀ ଓ ସ୍ବାସ୍ଥ୍ୟ ସେବା ପ୍ରଦାନକାରୀମାନେ ଉଦ୍ୟମ ଚଳାଇଛନ୍ତି। ଏହି ସଂକ୍ରମଣ ଏବେ ସର୍ବସାଧାରଣଙ୍କ ନିମନ୍ତେ ବିପଦର କାରଣ ନାହିଁ ବୋଲି ସରକାରୀ ଅଧିକାରୀମାନଙ୍କର ବିଶ୍ବାସ।

ଯୁକ୍ତରାଷ୍ଟ୍ର ଆମେରିକା ପୂର୍ବରୁ ପର୍ତୁଗାଲ୍‌ରେ ୫ଟି ଏବଂ ଇଂଲଣ୍ଡ୍‌ରେ ଆଉ ୨ଟି ନୂଆ ‘ମଙ୍କିପକ୍ସ’ ସଂକ୍ରମଣ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି। ସ୍ପେନ୍‌ର କେନ୍ଦ୍ରୀୟ ମାର୍ଦିଦ୍‌ ଅଞ୍ଚଳରେ ୨୩ଟି ସମ୍ଭାବ୍ୟ ‘ମଙ୍କିପକ୍ସ୍‌’ ସଂକ୍ରମଣ ହୋଇଥିବା କଥା ମଧ୍ୟ ସେଠାକାର ସ୍ବାସ୍ଥ୍ୟ କର୍ତ୍ତୃପକ୍ଷମାନେ କହିଛନ୍ତି।

ସୂଚନାଯୋଗ୍ୟ, ‘ମଙ୍କିପକ୍ସ୍‌’ ଭୂତାଣୁ ବସନ୍ତ ସୃଷ୍ଟି କରାଉଥିବା ‘ଅର୍ଥୋପୋକ୍ସ୍‌ଭାଇରସ୍‌’ ପରିବାରର। ଏହି ଭୂତାଣୁକୁ ବସନ୍ତ ଟିକାରେ ବ୍ୟବହାର କରାଯାଇଥିଲା। ‘ମଙ୍କିପକ୍ସ୍‌’ର ଲକ୍ଷଣ ବସନ୍ତ ଲକ୍ଷଣ ସହ ତୁଳନୀୟ ହେଲେ ବି ଏତେ ସାଙ୍ଘାତିକ ନୁହେଁ।

ଟିକାକରଣ ଯୋଗୁଁ ୧୯୮୦ ମସିହାରୁ ବସନ୍ତ ରୋଗ ନିର୍ମୂଳ ହୋଇଯାଇଥିଲେ ବି କେନ୍ଦ୍ରୀୟ ଓ ପଶ୍ଚିମ ଆଫ୍ରିକା ଭଳି କେତେକ ଦେଶରେ ‘ମଙ୍କିପକ୍ସ’ ଭୂତାଣୁ ଏବେ ବି ରହିଛି।

‘ମଙ୍କିପକ୍ସ୍‌’ରେ ଆକ୍ରାନ୍ତ ହେଲେ ଦେହହାତରେ ଫଳି ଯାଇ ଘା’ ହେବା ସହ ଜ୍ବର ହୋଇଥାଏ। ଏହାଛଡ଼ା, କେତେକ ଆକ୍ରାନ୍ତଙ୍କ କ୍ଷେତ୍ରରେ ଜ୍ବର ସହ ଥଣ୍ଡା, ମୁଣ୍ଡବିନ୍ଧା, ମାଂସପେଶୀ ବିନ୍ଧା, ଅବସନ୍ନ ଆଦି ଲକ୍ଷଣ ଦେଖାଯାଏ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ