ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଯୁକ୍ତ୨ ନାମଲେଖା: ଆଜି ପ୍ରଥମ ମେଧା ତାଲିକା

ଭୁବନେଶ୍ବର: ୨୦୨୨-୨୩ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏକାଦଶ(ଯୁକ୍ତ୨ ପ୍ରଥମ ବର୍ଷ) ଶ୍ରେଣୀରେ ନାମଲେଖା ଲାଗି ବୁଧବାର ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ତଥା କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇବା ପରେ ଛାତ୍ରଛାତ୍ରୀ କେଉଁ କଲେଜରେ ପଢ଼ିବା ଲାଗି ଯୋଗ୍ୟତା‌ ଅର୍ଜନ କରିଛନ୍ତି ସେସମ୍ପର୍କରେ ଜାଣିପାରିବେ। ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ୧୯ରୁ ୨୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଚଳିତବର୍ଷ ୨ ହଜାର ୬୫ କଲେଜର ୫ ଲକ୍ଷ ୭ ହଜାର ୫୦୨ ସିଟ୍‌ ପାଇଁ ୫ ଲକ୍ଷ ୭ ହଜାର ୯୩୫ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୭୫ ହଜାର ୯୯୦ ଜଣ ଅନ୍‌ଲାଇନ୍‌ରେ ଆବେଦନ କରିଥିବା ବେଳେ ୪ ଲକ୍ଷ ୭୧ ହଜାର ୩୨୪ ଜଣ ଅନ୍‌ଲାଇନ୍‌ରେ ଫି’ ଦାଖଲ କରିଛନ୍ତି। ନାମଲେଖା ନେଇ ଆଜି ନିର୍ଦ୍ଦେଶାଳୟ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରାଯାଇଛି।

NewsLaxmi7

About Author

You may also like

ଶିକ୍ଷା ଓ ନିଯୁକ୍ତି

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା, ରାଜ୍ୟ ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ

ଘରୋଇ ସ୍କୁଲ ଫି ବୃଦ୍ଧି ମାମଲା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଛି । ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଛନ୍ତି ହାଇକୋର୍ଟ । କେତେ ପ୍ରତିଶତ ଫି’କମାଯାଇପାରିବ
ଶିକ୍ଷା ଓ ନିଯୁକ୍ତି

ଷ୍ଟାର୍ସ ପ୍ରୋଜେକ୍ଟକୁ କେନ୍ଦ୍ରର ମଞ୍ଜୁରି, ଖର୍ଚ୍ଚ ହେବ 5718 କୋଟି ଟଙ୍କା

ଆରମ୍ଭ ହେବ ଷ୍ଟାର୍ସ ପ୍ରୋଜେକ୍ଟ। ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗ ଅଧିନରେ କେନ୍ଦ୍ର ପ୍ରାୟୋଜିତ ନୂତନ ଯୋଜନାରେ ଏହାକୁ ଆରମ୍ଭ କରାଯିବ। 6ଟି