ଅପରାଧ ରାଜ୍ୟ

ଯୁବକକୁ ଧକ୍କା ଦେଇ ଓଲଟିପଡିଲା ବସ୍, ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ

ସୋନପୁର ୮।୬: ଯୁବକକୁ ଧକ୍କା ଦେଇ ଓଲଟିପଡିଲା ବସ୍ । ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ନାୟକପଡା ଗାଁର ଅଭିମନ୍ୟୁ ସାହୁ । ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ବିଶିପଡା ଓ ନାୟକପଡା ମଝିରେ ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ପତି ଟ୍ରାଭେଲ୍ସ ନାମକ ଏକ ଘରୋଇ ବସ୍ ବାହାଘର ସାରି ବୀରମହାରାଜପୁରକୁ ଫେରୁଥିଲା । ଗାଡିରେ କୌଣସି ଯାତ୍ରୀ ନଥିବାବେଳେ ଦ୍ରୁତ ଗତିରେ ଆସୁଥିବା ବେଳେ ଦୁର୍ଘଟଣା ଘଟିଛି । ତେବେ ନାୟକପଡା ନିକଟରେ ଏକ ଗାଡିକୁ ସାଇଡ୍ ଦେବାକୁ ଯାଇ ରାସ୍ତା କଡରେ ଛିଡା ହୋଇଥିବା ଜଣେ ଯୁବକଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିଲା । ଯୁବକଙ୍କୁ ଧକ୍କା ଦେଇ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡିଥିବା ଜଣାପଡିଛି । ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ମଙ୍ଗଳବାର ରାତିରୁ ଉତ୍ତେଜନା ଲାଗିରହିଛି । କ୍ଷତିପୂରଣ ଦାବିରେ ଗ୍ରାମବାସୀ ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାକୁ ଅବରୋଧ ଜାରି ରହିଛି । ଘଟଣାସ୍ଥଳରେ ବୀରମହାରାଜପୁର ପୋଲିସ ପହଞ୍ଚି ଆନ୍ଦୋଳନକାରୀମାନଙ୍କୁ ବୁଝାସୁଝା ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।