ଅପରାଧ ରାଜ୍ୟ

ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା ! ଥାନାରେ ଅଭିଯୋଗ କଲେ ଝିଅର ମାଆ

ଭୁବନେଶ୍ୱର ୩୧।୦୫: ରାଜଧାନୀରେ ଚାଞ୍ଚଲ୍ୟ । ଯୌତୁକ ପାଇଁ ନବ ବିବାହିତାଙ୍କୁ ହତ୍ୟା ଅଭିଯୋଗ । ଏପରି ଅଭିଯୋଗ ଆଣିଲେ ଝିଅଙ୍କ ବାପ ଘର ଲୋକ। ଖଣ୍ଡଗିରି ଥାନାରେ ମାମଲା ରୁଜୁ ପରେ ତଦନ୍ତ କରୁଛି ପୋଲିସ ।

ଖବର ଅନୁଯାୟୀ, ଗତ ଏପ୍ରିଲ ୨୮ରେ ଭଦ୍ରକ ତିହିଡି ଅଣ୍ଡରାଇ ଗାଁର ରାଧାକାନ୍ତ ନାୟକ ନିଜ ଝିଅ ପ୍ରଭାପତିଙ୍କ ସହ ଭୁବନେଶ୍ବର ସରକାନ୍ତରାର ପ୍ରମୋଦ ଖୁଣ୍ଟିଆଙ୍କ ପୁଅ ପ୍ରକାଶ ଖୁଣ୍ଟିଆଙ୍କ ସହ ବାହାଘର ହୋଇଥିଲା । ଗତ ମେ ୨୯ ତାରିଖରେ ହଠାତ ବାପ ଘର ଲୋକ ଝିଅ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଖବର ପାଇଥିଲେ । ପର ଦିନ ଝିଅ ବାପା ଘର ଲୋକ ଭୁବନେଶ୍ବର ଆସିବା ବେଳକୁ ଝିଅକୁ ମଶାଣିକୁ ନେଇ ଯାଇଥିବା ଖବର ପାଇଥିଲେ । ଏହା ପରେ ମେ ୩୦ରେ ମହିଳାଙ୍କ ମା ମାଧବୀ ନାୟକ ଆସି ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ । ଝିଅକୁ ବାହାଘର ପରେ ନିର୍ଯାତନା ଦିଆଯାଉଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।