ରାଜ୍ୟ

ରଜ ଦୋଳିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କଟକ: କଟକ ଜିଲ୍ଲା ବାଙ୍କୀରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଙ୍କୀ ଥାନା ଅନ୍ତର୍ଗତ ବ୍ରହ୍ମମେହୀଙ୍କ ପୀଠରେ ରଜ ମହୋତ୍ସବ ଚାଲିଥିବା ବେଳେ ଆଜି ସକାଳେ ସେଠାରେ ଗଛରେ ଲାଗିଥିବା ରଜ ଦୋଳିରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛ।  ମୃତ ଯୁବକ ହେଲେ ସାହାଡ଼ାପଦା ଗ୍ରାମର ଅନିଲ ବେହେରା ।

ଅନିଲ ଗତକାଲି ରାତିରେ ତାଙ୍କ ସାଙ୍ଗମାନଙ୍କ ସହିତ ରହିଥିଲେ ବୋଲି ପରିବାର ଲୋକେ କହିଥିବା ବେଳେ ଆଜି ତାଙ୍କ ଝୁଲନ୍ତା ମୃତଦେହ ମିଳିଛି। ପରିବାର ଲୋକେ ଅନିଲକୁ କେହି ହତ୍ୟା କରିଥିବା ନେଇ ସନ୍ଦେହ କରିଛନ୍ତି। ଏନେଇ ସେମାନେ ପୁୂଲିସକୁ କହିଛନ୍ତି। ଘଟଣାସ୍ଥଳରେ ବାଙ୍କୀ ଥାନା ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାଯିବ ବୋଲି ବାଙ୍କୀ ଥାନା ଅଧିକାରୀ ସୌମେନ୍ଦ୍ର ଶେଖର ତ୍ରିପାଠୀ କହିଛନ୍ତି। ହତ୍ୟା ଅଭିଯୋଗର ବି ତଦନ୍ତ କରାଯାଉଥିବା ନେଇ ସେ ସୂଚନା ଦେଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।