ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ସ୍ବାଗତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ରାଇରଙ୍ଗପୁର: ନିଜ ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦ଟା ୧୬ ମିନିଟରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ୍ରେ ଓହ୍ଲାଇଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ ହୋଇଥିବାରୁ ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସ୍ବାଗତ କରିଛନ୍ତି। ଏହାଛଡ଼ା କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ମଧ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଛନ୍ତି। ଏହାପରେ ରାଷ୍ଟ୍ରପତି ଚାଲିଚାଲି ସ୍ଥାନୀୟ ଲୋକଙ୍କୁ ନମସ୍କାର କରିବା ସହ ହାତ ହଲାଇ ସମସ୍ତଙ୍କର ଅଭିବାଦନ ଗ୍ରହଣ କରିଛନ୍ତି।

ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଡାକବଙ୍ଗଳାରେ ଅବସ୍ଥାନ କରିବେ। ୫ ତାରିଖ ଦିନ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ କରିବେ।
ଭ୍ରମଣ ସାରି ହେଲିକପ୍ଟର ଯୋଗେ ବାରିପଦା ଯିବେ। ବାରିପଦା ସର୍କିଟ୍ ହାଉସ୍ରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତ କରିବା ସହ ଅତିଥି ଭବନରେ ବିଶ୍ରାମ ନେବେ। ୬ ତାରିଖ ସକାଳେ ରାଷ୍ଟ୍ରପତି ବାରିପଦା ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କାର୍ଯ୍ୟକ୍ରମ ପରେ ହେଲିକପ୍ଟର ଯୋଗେ କଲେଇକୁଣ୍ଡା ଯିବେ ଏବଂ ସେଠାରୁ ଦିଲ୍ଲୀ ଫେରିଯିବେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।