ଅପରାଧ ରାଜ୍ୟ

ରାଉରକେଲାରୁ ୧୬ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍‌ ଜବତ, ଜଣେ ଗିରଫ

ରାଉରକେଲା/ଭୁବନେଶ୍ୱର ୧୧।୦୯ : ବିପୁଳ ପରିମାଣର ନକଲି ନୋଟ ଜବତ । ରାଉରକେଲା ସେକ୍ଟର ୧୬ ଲକ୍ଷ ୧୧ ହଜାର ଟଙ୍କାର ନକଲି ନୋଟ୍ ଜବତ ହୋଇଛି। ଏହା ସହ ଘଟଣାସ୍ଥଳରୁ ଏକ ଲାପଟପ୍, ଗୋଟିଏ କଲର ପ୍ରିଣ୍ଟର ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏହି ଘଟଣାରେ ଜଣେ ଆନ୍ତଃରାଜ୍ୟ ଅପରାଧୀକୁ ଗିରଫ କରିଛି ଏସଟିଏଫ୍।

ଖବର ଅନୁଯାୟୀ, ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ ଦିଲ୍ଲୀ ବଦରପୁର ଥାନା ଅନ୍ତର୍ଗତ ମୋଲାରବନ୍ଦ ଅଞ୍ଚଳର ଏସକେ ଅହମ୍ମଦ। ସେ ଏବେ ରାଉରକେଲା ସେକ୍ଟର ୧୭ରେ ରହୁଥିଲା । ଏବେ ଏସ୍‌ଟିଏଫ୍‌ ଚଢାଉ କରି ଏତେ ପରିମାଣର ନକଲି ନୋଟ୍‌ ଜବତ କରିଛି । ଯାହାର ମୂଲ୍ୟ ୧୬ଲକ୍ଷରୁ ଅଧିକ ହେବ ।

ସେହିପରି ଏହା ପୂର୍ବରୁ ଜୁଲାଇ ମାସରେ ୨୯ ଲକ୍ଷ ୪୧ ହଜାର ନକଲି ନୋଟ୍ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଥିଲା ଏସଟିଏଫ୍।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।