ରାଜ୍ୟ

ରାଉରକେଲାରେ ହଇଜା ସଂକ୍ରମଣରେ ମୃତ୍ୟୁ: ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କଲା ବିଜେପି

ରାଉରକେଲା: ଗତ ୧୦ ତାରିଖରୁ ରାଉରକେଲାରେ ବ୍ୟାପିଥିବା ହଇଜା ସଂକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କୁ କ୍ଷତିପୂରଣ ଦାବିରେ ବିଜେପି ପକ୍ଷରୁ ମୁଖ୍ୟ ଶାସନ ସଚିବଙ୍କୁ ପତ୍ର ଲେଖାଯାଇଛି। ବରିଷ୍ଠ  ବିଜେପି ନେତା ନିହାର ରାୟ ଓ ଜଗବନ୍ଧୁ ବେହେରାଙ୍କ ନେତୃତ୍ବରେ ଆଜି ଏନେଇ ବିଜେପି ପକ୍ଷରୁ ମହାନଗର ନିଗମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ସମୟରେ ବିଜେପି କର୍ମୀ ଅଫିସକୁ ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପୁଲିସ ଅଟକାଇଥିଲା । ଯାହାକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାପରେ ପୁଲିସ ଓ ବିଜେପି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲେ।

ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ଦାବି କରିଛି ବିଜେପି। ଏହାଛଡ଼ା ମୃତକଙ୍କ ପରିବାରରୁ ଜଣଙ୍କୁ ସରକାରୀ ଚାକିରି ଦେବାକୁ ବି ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଛି ଦଳ।

ଏହାଛଡ଼ା ପୀଡ଼ିତମାନଙ୍କୁ ବାହାରର ବଡ଼ ଡାକ୍ତରଖାନାରେ ଚିକିତ୍ସା ବ୍ୟବସ୍ଥା କରିବା ସହ ଆବଶ୍ୟକସ୍ଥଳରେ କେନ୍ଦ୍ରୀୟ ସହ‌ାୟତା ନେବାକୁ ବି ଦାବି କରିଛି ବିଜେପି। ରାଉରକେଲାରେ ପାନୀୟ ଜଳସଂକ୍ରମଣରେ ଏଯାଏ ୧୭ଜଣଙ୍କ ଜୀବନହାନି ଘଟିଥିବା ଦଳ ଦାବି କରିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।