ଭୁବନେଶ୍ୱର, ୩୧।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୧୫୩ରେ ପହଞ୍ଚିଛି ।ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୯ ଜଣ ରହିଥିବା ବେଳେ ୬୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୫୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୬୬ ଜଣଙ୍କର ମୃତ୍ୟୁ ହୋଇଛି ।