ଅପରାଧ ରାଜ୍ୟ

ରାଜଧାନୀ ରାଜରାସ୍ତାରେ ଷ୍ଟାର କଳି ଘଟଣା, ୭ ଜଣଙ୍କ ବୟାନ ରେକର୍ଡ

ଭୁବନେଶ୍ୱର ୨୪।୦୭ : ରାଜଧାନୀ ରାଜରାସ୍ତାରେ ଷ୍ଟାର କଳି ଘଟଣା । ସାତ ଜଣଙ୍କ ବୟାନ ରେକର୍ଡ କଲା ପୋଲିସ। ଦୁଇଟି ମାମଲାରେ ୭ ଜଣଙ୍କ ବୟାନ ରେକର୍ଡ କରିଛି ପୋଲିସ ।

ଖବର ଅନୁଯାୟୀ, ଶନିବାର ଭୁବନେଶ୍ୱର ରାଜରାସ୍ତାରେ ଷ୍ଟାର କଳି ଘଟଣାରେ ଖାରବେଳ ନଗର ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିଲା । ଗୋଟିଏ ମାମଲା ପ୍ରକୃତି ମିଶ୍ରଙ୍କ ବାପା ମନ୍ମଥ ମିଶ୍ର ଦାଏର କରିଥିବା ବେଳେ ଆଉ ଗୋଟିଏ ମାମଲା ଅପରାଜିତ ମହାନ୍ତୀ ଓ ତାଙ୍କ ବୋହୂ ଦାୟର କରିଥିଲେ । ଏବେ ପୋଲିସ ଉଭୟ ଅଭିଯୋଗ କରି ଭିତ୍ତି କରି ତଦନ୍ତ ଆରମ୍ଭ କରିଛି । ତେବେ ବାବୁଶାନଙ୍କ ପତ୍ନୀ ତୃପ୍ତି ଶତପଥୀ ଙ୍କ ଅଭିଯୋଗକୁ ଭତ୍ତି କରି ଅପରାଜିତା ମହାନ୍ତି, ତୃପ୍ତି ଶତପଥୀ, ଲଳିତ ଶତପଥୀ, ମାଉସୀ, ମଉସା ଅଶୋକ ପ୍ରହରାଜଙ୍କ ବୟାନ ରେକର୍ଡ କରିଯାଇଛି । ସେପଟେ କ୍ରିଷ୍ଣପ୍ରିୟା ମିଶ୍ରଙ୍କ ଅଭିଯୋଗ କ୍ରମେ ମନ୍ନଥ ମିଶ୍ର ଓ କ୍ରିଷ୍ଣପ୍ରିୟା ମିଶ୍ରଙ୍କ ବୟାନ ରେକର୍ଡ ସରିଛି ।

ସେହିପରି ବାବୁସାନ ଓ ପ୍ରକୃତିଙ୍କୁ ଫୋନ୍‌ ଯୋଗେ ନୋଟିସ ଜାରି କରିଛି ପୋଲିସ । ଉଭୟ ଥାନାରେ ଆସି ନିଜ ନିଜ ପକ୍ଷ ରଖିବାକୁ ପୋଲିସ ପକ୍ଷରୁ କୁହାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।