ଦେଶ ବିଦେଶ ରାଜନୀତି ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ, ଅପରାହ୍ଣ ୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହେବା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅପରାହ୍ଣ ୩ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ଗୃହରେ ପ୍ରଥମେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତା’ପରେ ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏହାପରେ ବିଧାନସଭାରେ ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା।

ସୂଚନାଯୋଗ୍ୟ, ଗତ ରାତିରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ଦେହାନ୍ତ ହୋଇଥିଲା। କରୋନାଭାଇରସ୍‌ଦ୍ୱାରା ଆକ୍ରାନ୍ତ ହୋଇ ସେ ଗତ ନଭେମ୍ବର ୧ ତାରିଖରୁ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ।

ସୁଶୀଳା ଦେବୀଙ୍କର ଜନ୍ମ ୧୯୪୬ ମସିହା ଡିସେମ୍ବର ୬ ତାରିଖରେ ହରିଆଣାର ହିସାରଠାରେ ହୋଇଥିଲା। ସେ ୧୯୬୪ ମସିହା ଜୁଲାଇ ୧ ତାରିଖରେ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କୁ ବିବାହ କରିଥିଲେ। ତାଙ୍କର ଚାରି ଝିଅ ଓ ତିନିଜଣ ପୁଅ ଅଛନ୍ତି।

ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀ ରାଜ୍ୟର ‘ପ୍ରଥମ ମହିଳା’ ଶ୍ରୀମତୀ ସୁଶୀଳା ଦେବୀଙ୍କ ମୃତ୍ୟୁ ଯୋଗୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ଜଣେ ଅମାୟିକ ଏବଂ ଧର୍ମପ୍ରାଣ ମହିଳା ଭାବେ ଅଭିହିତ କରିବା ସହ ପ୍ରଫେସର୍‌ ଗଣେଶୀ ଲାଲ୍‌ ଏବଂ ତାଙ୍କ ପରିବାରର ଅନ୍ୟ ଶୋକଭିଭୂତ ସଦସ୍ୟମାନଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଠିକ୍ ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଗଭୀର ଶୋକ ପ୍ରକାଶ କରି ନିଜର ଟୁଇଟରରେ ଲେଖିଛନ୍ତ, ‘ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ । ଅମର ଆତ୍ମାର ସଦଗତି କାମନା କରୁଛି ।’

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର