ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳାଧିପତି ରଘୁବର ଦାସଙ୍କ ଅଧ୍ୟକ୍ଷତାରେ କୁଳପତିଙ୍କ ସମ୍ମିଳନୀ ଆରମ୍ଭ

ଭୁବନେଶ୍ବର: କୁଳପତିଙ୍କ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟର କୁଳପତିମାନେ ଯୋଗ ଦେଇଛନ୍ତି। ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟ କୁଳାଧିପତି ରଘୁବର ଦାସ ଏହି ସମ୍ମିଳନୀରେ ସଭାପତିତ୍ୱ କରୁଛନ୍ତି।

ଏହି ସମ୍ମିଳନୀରେ ଜାତୀୟ ଶିକ୍ଷାନୀତିର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ହେବ। ଏଥିସହ ପରୀକ୍ଷା ଆୟୋଜନ, ଫଳ ପ୍ରକାଶନ ଏବଂ ପ୍ରମାଣପତ୍ର ବିତରଣ ପ୍ରଭୃତିକୁ ପ୍ରାଥମିକତା ଦିଆଯିବ। ସେହିପରି ବିଶ୍ବବିଦ୍ୟାଳୟରେ ଗବେଷଣା କାର୍ଯ୍ୟକ୍ରମ, ଶୈକ୍ଷିକ ବାତବରଣରେ ଉନ୍ନତି, ବିଶ୍ଵବିଦ୍ୟାଳୟରେ ସିଏଏସ୍ ପ୍ରମୋସନ୍ ଆୟୋଜନ ସମ୍ପର୍କରେ ଆଲୋଚନା କରାଯିବ। ଏହା ସହ ବିଭିନ୍ନ ପ୍ରସଙ୍ଗରେ କୁଳପତିମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଶ୍ରୀ ଦାସ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ପ୍ରଥମ କୁଳପତି ସମ୍ମିଳନୀ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।