ଭୁବନେଶ୍ବର ୨୬।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରରୁ ୩ ଜଣ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଗଞ୍ଜାମ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୨୬୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୬୪୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୨୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୩୫୪୯୫୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।