ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪୨୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୦୮।୧୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ,ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଦେବଗଡ଼, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୧୫୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୬୮୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୯୩୯୩୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ