ଭୁବନେଶ୍ବର୨୫।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧାର ଥିବା ବେଳେ ଅନ୍ୟ ୨ ଜଣ ବାଲେଶ୍ୱର ଓ ଢେଙ୍କାନାଳର ଅଟନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୭ ହଜାର ୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ହଜାର ୯୮୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୨୨ ହଜାର ୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୫୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୭ ଲକ୍ଷ ୭୦ ହଜାର ୧୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।