ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ କମିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୯।୦୮ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୯୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୧୩୭ ଜଣ, ଖୋର୍ଦ୍ଧାରୁ ୭୮ ଜଣ, ସମ୍ବଲପୁରରୁ ୩୯ ଜଣ,କଟକରୁ ୩୧ ଜଣ, କଳାହାଣ୍ଡିରୁ ୨୧ ଜଣ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୧୫ ଜଣ ଲେଖାଁଏ, ନୟାଗଡ଼ରୁ ୧୪ ଜଣ, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରୁ ୧୧ ଜଣ ଲେଖାଁଏ, ଯାଜପୁର ଓ ରାୟଗଡ଼ା ଜିଲ୍ଳାରୁ ୯ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତିରୁ ୬ ଜଣ, କୋରାପୁଟରୁ ୫ ଜଣ,ବାଲେଶ୍ବର, ଦେବଗଡ଼, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୦୦୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୫୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୫୨୬୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୧୯୬୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ