ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ନେଲା ଆଉ ୨୫ଜଣଙ୍କ ଜୀବନ, ୨୪୦୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର ୨୦।୦୫ : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୫୫୮୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୬୮୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୪୬୬୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୪୦୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୧୧୮୯୮୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ