ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୩୮ କରୋନା ପଜିଟିଭ୍

ଭୁବନେଶ୍ୱର ୨୪।୦୩ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୬୭୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୩୫୩୫୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ