ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୦୨ କରୋନା ସଂକ୍ରମିତ ଚିହ୍ନଟ, ୧୫ ମୃତ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମ୍‌ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ୫୨୩ ଜଣ ଚିହ୍ନଟ ହୋଇଥିବା ବେଳେ ୩୭୯ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭ ହଜାର ୯୦୬ରେ ପହଞ୍ଚିଛି।

ଜାଣିବାକୁ ମିଳିଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୯, ବରଗଡ଼ରୁ ୩୭, ଭଦ୍ରକରୁ ୮, ବଲାଙ୍ଗୀରରୁ ୩୭, ବୌଦ୍ଧରୁ ୨୬, କଟକରୁ ୭୦, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧୭, ଗଜପତିରୁ ୪, ଗଞ୍ଜାମରୁ ୮, ଜଗତ୍‌ସିଂହପୁରରୁ ୪୨, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୨୩, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୬, କେନ୍ଦ୍ରାପଡ଼ାରୁ ୩୬, କେନ୍ଦୁଝରରୁ ୫୧, ଖୋର୍ଦ୍ଧାରୁ ୬୮, କୋରାପୁଟରୁ ୧୦, ମାଲାକାନଗିରୁ ୫, ମୟୂରଭଞ୍ଜରୁ ୮୮, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୧୯, ନୂଆପଡ଼ାରୁ ୨୬, ପୁରୀରୁ ୨୦, ରାୟଗଡ଼ାରୁ ୬, ସମ୍ବଲପୁରରୁ ୪୩, ସୋନପୁରରୁ ୭, ସୁନ୍ଦରଗଡ଼ରୁ ୮୫ ଓ ଷ୍ଟେଟ୍‌ପୁଲ୍‌ରୁ ୧୩ ଚିହ୍ନଟ ‌ହୋଇଛନ୍ତି।

ଏପଟେ ରାଜ୍ୟରୁ ଆଉ୧୫ ଜଣଙ୍କର କରୋନାଜନିତ ମୃତ୍ୟୁ ଘଟିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ