ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୭୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୭୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩ ହଜାର ୮୯୭ ଜଣ। ଏବେ ବି ସକ୍ରିୟ ଅଛନ୍ତି ୭ ହଜାର ୭୪୮ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ କରୋନାରେ ପୁଣି ୧୭ ଜଣଙ୍କର ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬୧ ଜଣ, ବରଗଡ଼ରୁ ୩୦ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୨୯ ଜଣ, ବୈଦ୍ଧରୁ ୩ ଜଣ, କଟକରୁ ୫୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଞ୍ଜାମରୁ ୧୮ ଜଣ, ଜଗତ୍‌ସିଂହପୁରରୁ ୪୦ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୩୦ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩୬ ଜଣ, କେନ୍ଦୁଝରରୁ ୫୩ ଜଣ, ଖୋର୍ଦ୍ଧାରୁ ୬୧ ଜଣ, କୋରାପୁଟ୍‌ରୁ ୧୦ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୫୮ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ାରୁ ୪ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୨୦ ଜଣ, ରୟାଗଡ଼ରୁ ୪ ଜଣ, ସମ୍ବଲପୁରରୁ ୪୦ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୬୪ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ