ଦେଶ ବିଦେଶ ସ୍ୱାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ, ୬ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ୫୮୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୨ ହଜାର ୭୩୪ ଜଣ। ଏବେ ବି ସକ୍ରିୟ ଅଛନ୍ତି ୫୦୪୬ ଜଣ ଆକ୍ରାନ୍ତ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୯ ଜଣ, ବରଗଡ଼ରୁ ୩୦ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍‌ସିଂହପୁରରୁ ୧୯ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡିରୁ ୨୮ ଜଣ, କନ୍ଧମାଳରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୭ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୫୧ ଜଣ, କୋରାପୁଟରୁ ୧୦ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୩୬ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୪, ନୂଆପଡ଼ାରୁ ୧୪, ପୁରୀରୁ ୩୧ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୩୧ ଜଣ ଓ ‌‌‌ଷ୍ଟେଟ୍‌ ପୁଲ୍‌ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୬ ଜଣଙ୍କର ମୃତ୍ୟୁ ଘଟିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ