ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୪୩ କରୋନା ସଂକ୍ରମିତ, ୫ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାର କରୋନା ରିପୋର୍ଟ ହସ୍ତଗତ ହୋଇଛି। ପୁଣି ୩୪୩ କରୋନା ସଂକ୍ରମିତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୨ ହଜାର ୬୪୨ ଛୁଇଁଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୯୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୬ ଜଣ ସ୍ଥାନୀୟ ସଂକ୍ରମିତ।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ରିପୋର୍ଟ ମୁତା‌ବକ ରାଜ୍ୟରୁ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୭ ହଜାର ୪୧୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୩୩୮୩ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୭ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୯ ଜଣ, କଟକରୁ ୨୧ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୮ ଜଣ, ଗଜତ୍‌ସିଂହପୁରରୁ ୧୩ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୧୪ ଜଣ, ଖୋର୍ଦ୍ଧାରୁ ୩୨ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ୫ ଜଣ, ମୟୂରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧୨ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୪୧ ଜଣ ଓ ‌ଷ୍ଟେଟ୍‌ ପୁଲ୍‌ରୁ ୭ ଜଣ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ