ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୫୨ କୋଭିଡ୍ ପଜିଟିଭ୍, ୩୪୨୨୨୪ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର ୦୩।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୨୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୯ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢ଼େଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୯ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୭ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୭୧ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୨୦ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୪୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୩୦୬୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ