ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୪ କୋଭିଡ୍ ପଜିଟିଭ୍, ୩୩୭୦୧୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ୨୬।୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୦୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୂଆପଡା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୨୭୭୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ