ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ପୁଣି ୨୨ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୮୮୪କୁ ବୃଦ୍ଧି

ଭୁବନେଶ୍ୱର: ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୨ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୮୮୪କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୮ ଜଣ ମୃତକ ଅଛନ୍ତି। ଅପରପକ୍ଷରେ, ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ମୃତକ ଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୩ ଓ ଭୁବନେଶ୍ବରରୁ ୨ ଜଣ ପ୍ରାଣ ହରାଇଛନ୍ତି। ଏହାଛଡ଼ା ଅନୁଗୁଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ କେନ୍ଦୁଝର ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଗଞ୍ଜାମର ଏକ ଚାରି ମାସର ଶିଶୁକନ୍ୟା ମୃତ୍ୟୁବରଣ କରିଥିବା ଜଣାଯାଇଛି। ଏମାନଙ୍କ ଭିତରେ ୬ ଜଣ ଥିବା ବେଳେ ଅବଶିଷ୍ଟ ୧୬ ଜଣ ପୁରୁଷ ଥିବା ବି ଜଣାଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ଗତକାଲି ୨୪ ଜଣଙ୍କର ସଂକ୍ରମିତ ପ୍ରାଣହାନି ଘଟିଥିଲା।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ