ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ପୁଣି ୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପୁଣି ୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।ପ୍ରାପ୍ତ ସୂଚନା ଅନୁଯାୟୀ, କନ୍ଧମାଳ ଜିଲ୍ଲାରୁ ହିଁ ୩ ଜଣ ମୃତକ ଅଛନ୍ତି। ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଥିବା ବେଳେ ଜଣେ ୪୪ ବର୍ଷ ବୟସ୍କା ମହିଳା ଅଛନ୍ତି। ଏଣେ କନ୍ଧମାଳ ଜିଲ୍ଲାର ୭୧ ବର୍ଷ ବୟସ୍କ ପୁରୁଷ ବି ପ୍ରାଣ ହରାଇଛନ୍ତି, ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ରୋଗରେ ପୀଡିତ ଥିଲେ।

ଏଣେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୨ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୨୦, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୧ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, ଖୋର୍ଦ୍ଧାରୁ ୧୪ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୮ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୨୫ ଜଣ ଓ ଷ୍ଟେଟ ପୁଲରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୫, ୮୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୫, ୨୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧, ୫୦୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ