ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୬୮ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୬।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୨୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।


ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୨୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୬୪୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୦୩୪୨୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ