ରାଜ୍ୟ

ରାଜ୍ୟରେ ମୌସୁମୀ ସକ୍ରିୟ: ୨୪ ଘଣ୍ଟାରେ ୪୬% ଅଧିକ ବର୍ଷା

ଭୁବନେଶ୍ବର : ଗତ ୨୪ ଘଣ୍ଟା ହେଲା ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟରେ ବିସ୍ତୃତ ବର୍ଷା ହୋଇଯାଇଛି। ପଶ୍ଚିମ ତଥା କିଛି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ମୌସୁମୀଜନିତ ନିମ୍ନଚାପରେଖା ଆଜି ରାଜସ୍ଥାନର ବିକାନେରରୁ ବାହାରି କୋଟା, ରାଇସେନ୍‌, ମାଣ୍ଡାଲା, ଅମ୍ବିକାପୁର ଦେଇ ଓଡ଼ିଶାର ବାଲେଶ୍ବରରୁ ପୂର୍ବ-ଦକ୍ଷିଣ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି। ଫଳରେ ଓଡ଼ିଶାରେ ମୌସୁମୀ ବର୍ଷା ଜାରି ରହିଛି।

en.gaonconnection.com

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪.୬ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୧୦ ମିମି ତୁଳନାରେ ୪୬% ଅଧିକ ବୋଲି ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଆସନ୍ତାକାଲି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିଭଳି କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ମଧ୍ୟ ୮ ତାରିଖ ଦିନ ବର୍ଷା ସମ୍ଭାବନା ରହିଛି।

India Mike

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଚଳିତ ମୌସୁମୀ ଋତୁରେ ଜୁନ୍‌ ୧ରୁ ଜୁଲାଇ ୬ ମଧ୍ୟରେ ରାଜ୍ୟରେ ୧୯୧.୧ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ସ୍ବାଭାବିକ ବର୍ଷା ୨୬୫.୬ ମିମି ତୁଳନାରେ ୨୮% କମ୍‌। ଏହି ସମୟ ମଧ୍ୟରେ ଦେବଗଡ଼ ଜିଲ୍ଲାରେ ସର୍ବାଧିକ ୩୯୨.୨ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୧୫୩ ମିମି ତୁଳନାରେ ୫୫% ଅଧିକ। ସେହିଭଳି ଆଜି ପର୍ଯ୍ୟନ୍ତ କନ୍ଧମାଳ ଜିଲ୍ଲାରେ ସର୍ବନିମ୍ନ ୮୫.୨ ମିମି ବର୍ଷା ରେକର୍ଡ ହୋଇଛି। ଯାହାକି ସ୍ବାଭାବିକ ବର୍ଷା ୧୫୩.୩ ମିମି ତୁଳନାରେ ୬୬% କମ୍‌। ଶୁକ୍ରବାର ଦିନ ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବା ସହ ବର୍ଷା ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।