ଦେଶ ବିଦେଶ ରାଜ୍ୟ ଲାଇଫ୍ ଷ୍ଟାଇଲ

ରାଜ୍ୟରେ ଶୀତ ଲହରୀ ଜାରି : ୧୦ ଡିଗ୍ରି ତଳେ ୬ଟି ସହର

ଭୁବନେଶ୍ବର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଆଜି ସକାଳ ସାଢେ ୮ଟାରେ ରେକର୍ଡ କରାଯାଇଥିବା ତଥ୍ୟ ଅନୁଯାୟୀ, ରାଜ୍ୟର ୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ତଳେ ରହିଛି। ମିଳିଥିବା ସୂଚନା ଅନୁଯାୟୀ, ଫୁଲବାଣୀ ରାଜ୍ୟର ସବୁଠାରୁ ଥଣ୍ଡା ସହର। ଏଠାରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରି ରେକର୍ଡ କରାଯାଇଛି। ଏନେଇ ଭୁବନେଶ୍ବରର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅପରପକ୍ଷରେ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରି, ଭବାନୀପାଟଣାରେ ୯.୨ ଡିଗ୍ରି, ବାରିପଦାରେ ୯.୪ ଡିଗ୍ରି, ଝାରସୁଗୁଡ଼ାରେ ୯.୪ ଡିଗ୍ରି, ଏବଂ କୋରାପୁଟରେ ୯.୬ ଡିଗ୍ରି ରହିଛି।
ଏଣେ କଟକର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରି ଓ ଭୁବନେଶ୍ବରର ୧୩.୨ ଡିଗ୍ରି ରେକର୍ଡ କରାଯାଇଛି। ଆଗାମୀ କିଛି ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

NewsLaxmi7

About Author

You may also like

ଲାଇଫ୍ ଷ୍ଟାଇଲ

ଭାତ ଖାଇ ଓଜନ ହ୍ରାସ କରନ୍ତୁ

ଆଜିକାଲି ଓଜନ ବଢିବା ଏକ ମୁଖ୍ୟ ସମସ୍ୟା ଭାବେ ଦେଖାଯାଉଛି । କେବଳ ବୟସ୍କ ବ୍ୟକ୍ତି ନୁହଁନ୍ତି ଅନେକ୍ କମ୍ ବୟସର ପିଲାଙ୍କ କ୍ଷେତ୍ରରେ ମଧ୍ୟ ଏହି
ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ