ରାଜ୍ୟ ସ୍ୱାସ୍ଥ୍ୟ

ରାଜ୍ୟରେ ସଂକ୍ରମଣ ଉପରମୁହାଁ, କିଛି ଦିନରେ ଆମେ ୨ୟ ଲହରର ପିକ୍‌କୁ କ୍ରସ୍‌ କରିପାରୁ- ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର ୧୩।୦୧: ରାଜ୍ୟରେ କୋଭିଡ ସଂକ୍ରମଣ ଉପର ମୁହାଁ ଟ୍ରେଣ୍ଡରେ ରହିଛି । ବହୁତ ଅଳ୍ପ ଦିନରେ ଆମେ ଦ୍ୱିତୀୟ ଲହର ପିକକୁ କ୍ରସ କରି ଯାଇପାରୁ । ଗୋଟିଏ ପାଣ୍ଡେମିକରେ ପ୍ରଥମେ ବଢ଼ିବ ତାହା ପରେ କିଛି ଦିନ ସମାନ୍ତରାଳରେ ରହିବ ତା ପରେ କମିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ଦେଶରେ ବି ବଢୁଛି ଆମର ମଧ୍ୟ ବଢୁଛି । ସଂକ୍ରମଣ ବଢିଲେ ମଧ୍ୟ ହସ୍ପିଟାଲାଇଜେସନ ବହୁତ କମ ରହିଛି । ଏମିତି କି ବେଡ ଅକ୍ୟୁପେନସିର ଷ୍ଟାଟସ୍ ଅନୁଯାୟୀ ଜେନେରାଲ ବେଡରେ ୬.୫୧ ଆଇସିୟୁରେ ୧୨.୫୧ ପ୍ରତିଶତ, କ୍ରିଟିକାଲ କେୟାରରେ ୩.୬୨ ପ୍ରତିଶତ ଆକ୍ରାନ୍ତ ରହିଛନ୍ତି ।

ତେବେ ବର୍ତ୍ତମାନ ଆମେ ୫ ଦିଗ ଉପରେ ନଜର ରଖିଛୁ । ଟେଷ୍ଟ ପିଜିଟିଭ ରେଟ, ହସ୍ପିଟାଲାଇଯେସନ, ମୃତ୍ୟୁ ହାର, ଲୋକଙ୍କ ବ୍ୟବହାର ଏ ସବୁକୁ ଦେଖି ଆମେ ଆଗାମୀ ପଦକ୍ଷେପ ନେବୁ। କେବଳ ଓଡ଼ିଶାରେ ନୁହେଁ ଭାରତରେ ମଧ୍ୟ ହସ୍ପିଟାଲାଇଜେସନ କମ୍‌ ରହିଛି । ଦ୍ୱିତୀୟ ଲହର ତୁଳନାରେ ଏବେ ବହୁତ କମ୍‌ ରହିଛି ହସ୍ପିଟାଲାଇଜେସନ । ମୁଖ୍ୟମନ୍ତ୍ରୀ ଯେମିତି କହିଛନ୍ତି ଆମେ ସେହି ଅନୁସାରେ ଭିତ୍ତିଭୂମି ବଢ଼େଇବା ଜାରି ରଖିଛୁ । ଔଷଧ, ଅକ୍ସିଜେନ ଓ ବେଡ୍ ପ୍ରସ୍ତୁତ କରି ରଖାଯାଉଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ