ଦେଶ ବିଦେଶ ରାଜ୍ୟ ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଜ୍ୟର ୧୮୩ ଘରୋଇ ହସ୍ପିଟାଲକୁ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣରେ ସାମିଲ କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ଅଧିନରେ ଥିବା ବେସରକାରୀ ହସ୍ପିଟାଲ ଓ କ୍ଲିନିକଗୁଡ଼ିକୁ କୋଭିଡ୍ ଟିକାକରଣରେ ସାମିଲ କରିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ। ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଯୋଜନାରେ ସାମିଲ ଘରୋଇ ହସ୍ପିଟାଲରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଟିକାକରଣ ହେଉଥିବା ବେଳେ ବିଏସକେୱାଇ ଅଧିନସ୍ଥ ରାଜ୍ୟର ୧୮୩ ଘରୋଇ ହସ୍ପିଟାଲ ବାଦ୍ ପଡିଯିବା ଆଶଙ୍କା ସୃଷ୍ଟି ହୋଇଛି । ତେଣୁ ବିଏସକେୱାଇରେ ଚାଲିଥିବା ୧୮୩ ହସ୍ପିଟାଲକୁ ଟିକାକରଣରେ ସାମିଲ କରିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଚିଠି ଲେଖିଛନ୍ତି।

ରାଜ୍ୟରେ ଘରୋଇ ହସ୍ପିଟାଲଗୁଡିକରେ କରୋନା ଟିକାକରଣ ନେଇ ସମସ୍ୟା ଦେଖାଦେଇଛି । କାରଣ ଆମ ରାଜ୍ୟରେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଯୋଜନା ଲାଗୁ ହୋଇନାହିଁ ଏବଂ ନିଜସ୍ୱ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ବିଏସକେୱାଇରେ ସାମିଲ ୧୮୩ ଘରୋଇ ହସ୍ପିଟାଲରେ କରୋନା ଟିକାକରଣ ପାଇଁ ଅନୁମତି ଦେବାକୁ କେନ୍ଦ୍ରକୁ ଚିଠି ଲେଖାଯାଇଛି । କେନ୍ଦ୍ର ସରକାରଙ୍କ ତାଲିକା ଅନୁଯାୟୀ ଆୟୁଷ୍ମାନ ଯୋଜନାରେ ସାମିଲ ଘରୋଇ ହସ୍ପିଟାଲଗୁଡିକରେ କରୋନା ଟିକାକେନ୍ଦ୍ର କରିବାକୁ କୁହାଯାଇଛି। ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।
ସେପଟେ ମାର୍ଚ୍ଚ ୧ ତାରିଖରୁ ସାରାଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେଉଛି । ଏଥିରେ ୬୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ମାଗଣା ଟିକା । ସେହିପରି ଗମ୍ଭୀର ସ୍ୱାସ୍ଥ୍ୟ ସମସ୍ୟା ଥିବା ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ମାଗଣା ଟିକା ଯୋଗାଇ ଦେବେ ସରକାର । ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ୧୦ ହଜାର ସରକାରୀ ଟିକାକରଣ କେନ୍ଦ୍ର ଏବଂ ୨୦ ହଜାର ଘରୋଇ ଟିକାକରଣ କେନ୍ଦ୍ରର ବ୍ୟବସ୍ଥା କରାଯିବ । ସରକାରୀ ଟିକାକରଣ କେନ୍ଦ୍ରରେ ମାଗଣା ଟିକା ଦିଆଯିବ । କିନ୍ତୁ ଘରୋଇ ଟିକାକରଣ କେନ୍ଦ୍ରରେ ଟିକା ନେବାକୁ ହେଲେ ସରକାରଙ୍କ ଦ୍ବାରା ସ୍ଥିରୀକୃତ ଦେୟ ଦେବାକୁ ପଡ଼ିବ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ