ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମାର୍ଗଦର୍ଶିକା: ଖୋଲାସ୍ଥାନରେ ସବୁଜ ବାଣ ଫୁଟାଇବାକୁ ପରାମର୍ଶ

ଭୁବନେଶ୍ୱର: ବଢ଼ୁଛି ଭୁବନେଶ୍ବର ପ୍ରଦୂଷଣ। ଦିନକୁ ଦିନ ସ୍ଥିତି ଜଟିଳ ହେଉଥିବା ବେଳେ ଦୀପାବଳିରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବାର ଆଶଙ୍କା ରହିଛି। ଆତସବାଜି ବ୍ୟବହାର ଯୋଗୁଁ ଅଗ୍ନି ଓ ବିସ୍ଫୋରଣ ସମ୍ବନ୍ଧୀୟ ସମସ୍ୟା ସୃଷ୍ଟି ହେବା ସହ ଏଥିରୁ ନିର୍ଗତ ବିଷାକ୍ତ ଗ୍ୟାସ, ଧୂଳିକଣା ଓ ଶବ୍ଦ ଯୋଗୁଁ ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି ହୋଇପାରେ। ବିଶେଷ କରି ଶିଶୁ, ବରିଷ୍ଠ ନାଗରିକ, ରୋଗୀ ତଥା ସର୍ବସାଧାରଣଙ୍କ ସ୍ବାସ୍ଥ୍ୟ ଓ ପରିବେଶକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ କଟକଣା ଜାରି କରାଯାଇଛି।

ଦୀପାବଳିରେ ବାଣ ଫୁଟାଇବାକୁ ନେଇ ମାର୍ଗଦର୍ଶିକା ଜାରି କରିଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ଏନେଇ ଖବରକାଗଜରେ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି। ସବୁଜ ବାଣ ବ୍ୟତୀତ ଅନ୍ୟାନ୍ୟ ସମସ୍ତ ବାଣର ଉତ୍ପାଦନ ଓ ବିକ୍ରୟ ଉପରେ ନିଷେଧାଦେଶ ଜାରି କରିଛନ୍ତି। ବାରିୟମ ଓ ନିଷିଦ୍ଧ ରସାୟନ ମଧ୍ୟ ଆତସବାଜିରେ ବ୍ୟବହାର ନିଷିଦ୍ଧ ହୋଇଛି। ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ଭାବେ କଟକଣା ଜାରି କରାଯାଇଥିବା ବେଳେ ୧୨୫ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାରରୁ ବିରତ ରହିବା ପାଇଁ ମାର୍ଗଦର୍ଶିକାର ଉଲ୍ଲେଖ ରହିଛି। ଏହାଛଡ଼ା ଡାକ୍ତରଖାନା, ଶିକ୍ଷାନୁଷ୍ଠାନ, ନ୍ୟାୟାଳୟ, ଧାର୍ମିକ ସ୍ଥଳର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ସେହିପରି ଖୋଲାସ୍ଥାନରେ ସବୁଜ ବାଣ ଫୁଟାଇପାରିବେ ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ କୁହାଯାଇଛି।

ନିୟମ ଉଲଂଘନକାରୀଙ୍କ ବିରୋଧରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଉପ ଆରକ୍ଷୀ ଅଧୀକ୍ଷକ, ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କୁ ଅଭିଯୋଗ କରିହେବ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।