କଳା ଓ ସଂସ୍କୃତି ରାଜ୍ୟ

ରାଜ୍ୟ ସରକାରଙ୍କୁ ଚିଠି‌ ଲେଖିଲେ ଗଜପତି: ‘ଶ୍ରୀମନ୍ଦିର ପାଇଁ ସ୍ଥାୟୀ ପ୍ରଶାସକ ଦିଅ’

ପୁରୀ: ଶ୍ରୀମନ୍ଦିରରେ ସ୍ଥାୟୀ ପ୍ରଶାସକ ନିଯୁକ୍ତି ଦିଅ। ରାଜ୍ୟ ସରକାରଙ୍କୁ ଏଭଳି ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ। ଗଜପତି ମହାରାଜ ବି ଏ ପ୍ରସଙ୍ଗରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ଆଲୋଚନା କରି ଆବଶ୍ୟକ ପରାମର୍ଶ ନେଇଛନ୍ତି। ସେପଟେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା ଓ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଥିବା ଜଣାପଡ଼ିଛି। ଆଗାମୀ ଦିନରେ ହେବାକୁ ଥିବା ଶ୍ରୀମନ୍ଦିର ହେରିଟେଜ୍‌ କରିଡର୍‌ ଭୂମିପୂଜନ କାର୍ଯ୍ୟକ୍ରମ ସମ୍ପର୍କରେ ଶଙ୍କରାଚାର୍ଯ୍ୟଙ୍କଠାରୁ ଆବଶ୍ୟକ ପରାମର୍ଶ ନେଇଥିବା ଜଣାପଡ଼ିଛି।
ଗଣମାଧ୍ୟମକୁ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି ଯେ ଶ୍ରୀମନ୍ଦିର ପରିଚାଳନା କ୍ଷେତ୍ରରେ ସ୍ଥାୟୀ ପ୍ରଶାସନ ନିଯୁକ୍ତି ପାଇଁ କିଛିଦିନ ତଳେ ଗଜପତି ମହାରାଜ ରାଜ୍ୟ ସରକାରଙ୍କୁ ଚିଠି ଲେଖିଥିଲେ। ଏ ସମ୍ପର୍କରେ ସେ ତାଙ୍କ ସହ ଆଲୋଚନା କରିଥିଲେ। ଯେଉଁ ଚିଠିରେ‌ ସେ ଶ୍ରୀମନ୍ଦିର ସହ ସାକ୍ଷୀଗୋପାଳ ମନ୍ଦିରର ପରିଚାଳନା ପାଇଁ ସ୍ଥାୟୀ ପ୍ରଶାସକ ନିଯୁକ୍ତି ଦେବାକୁ ଲେଖିଛନ୍ତି। ସ୍ଥାୟୀ ମୁଖ୍ୟ ପ୍ରଶାସକଙ୍କ କାର୍ଯ୍ୟାଳୟ ପୁରୀରେ ହେଉ ବୋଲି ମତ ଦେଇଛନ୍ତି। ଯଦ୍ବାରା ଶ୍ରୀମନ୍ଦିରର ସୁପରିଚାଳନା ହୋଇପାରିବ। ରଥଯାତ୍ରାଠାରୁ ଆରମ୍ଭ କରି ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତିକାନ୍ତି ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇପାରିବ। ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତ ହେଲେ, ସେ ଶ୍ରୀମନ୍ଦିର ପାଇଁ ଅଧିକ ସମୟ ଦେଇପାରିବେ। ଏ ସମ୍ପର୍କରେ ସେ ଆବଶ୍ୟକ ପରାମର୍ଶ ଦେଇଥିଲେ ବୋଲି ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
କଳା ଓ ସଂସ୍କୃତି

ରୁଦ୍ରାକ୍ଷ ଧାରଣ କରିବା ପୂର୍ବରୁ ଜାଣନ୍ତୁ ଏହାର ଧାର୍ମିକ ମହତ୍ୱ

ରୁଦ୍ରାକ୍ଷ ଏକମାତ୍ର ଏମିତି ଫଳ ଯାହାର ଧର୍ମ, କର୍ମ, ଅର୍ଥ ଏବଂ ମୋକ୍ଷ ପ୍ରଦାନ କରିବାରେ ମହତ୍ଵପୁର୍ଣ ଭୂମିକା ରହିଛି | ଶିବ ପୁରାଣ, ପଦ୍ମା ପୁରାଣ,