ପୁରୀ: ଶ୍ରୀମନ୍ଦିରରେ ସ୍ଥାୟୀ ପ୍ରଶାସକ ନିଯୁକ୍ତି ଦିଅ। ରାଜ୍ୟ ସରକାରଙ୍କୁ ଏଭଳି ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ। ଗଜପତି ମହାରାଜ ବି ଏ ପ୍ରସଙ୍ଗରେ ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ଆଲୋଚନା କରି ଆବଶ୍ୟକ ପରାମର୍ଶ ନେଇଛନ୍ତି। ସେପଟେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା ଓ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଥିବା ଜଣାପଡ଼ିଛି। ଆଗାମୀ ଦିନରେ ହେବାକୁ ଥିବା ଶ୍ରୀମନ୍ଦିର ହେରିଟେଜ୍ କରିଡର୍ ଭୂମିପୂଜନ କାର୍ଯ୍ୟକ୍ରମ ସମ୍ପର୍କରେ ଶଙ୍କରାଚାର୍ଯ୍ୟଙ୍କଠାରୁ ଆବଶ୍ୟକ ପରାମର୍ଶ ନେଇଥିବା ଜଣାପଡ଼ିଛି।
ଗଣମାଧ୍ୟମକୁ ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି ଯେ ଶ୍ରୀମନ୍ଦିର ପରିଚାଳନା କ୍ଷେତ୍ରରେ ସ୍ଥାୟୀ ପ୍ରଶାସନ ନିଯୁକ୍ତି ପାଇଁ କିଛିଦିନ ତଳେ ଗଜପତି ମହାରାଜ ରାଜ୍ୟ ସରକାରଙ୍କୁ ଚିଠି ଲେଖିଥିଲେ। ଏ ସମ୍ପର୍କରେ ସେ ତାଙ୍କ ସହ ଆଲୋଚନା କରିଥିଲେ। ଯେଉଁ ଚିଠିରେ ସେ ଶ୍ରୀମନ୍ଦିର ସହ ସାକ୍ଷୀଗୋପାଳ ମନ୍ଦିରର ପରିଚାଳନା ପାଇଁ ସ୍ଥାୟୀ ପ୍ରଶାସକ ନିଯୁକ୍ତି ଦେବାକୁ ଲେଖିଛନ୍ତି। ସ୍ଥାୟୀ ମୁଖ୍ୟ ପ୍ରଶାସକଙ୍କ କାର୍ଯ୍ୟାଳୟ ପୁରୀରେ ହେଉ ବୋଲି ମତ ଦେଇଛନ୍ତି। ଯଦ୍ବାରା ଶ୍ରୀମନ୍ଦିରର ସୁପରିଚାଳନା ହୋଇପାରିବ। ରଥଯାତ୍ରାଠାରୁ ଆରମ୍ଭ କରି ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତିକାନ୍ତି ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇପାରିବ। ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତ ହେଲେ, ସେ ଶ୍ରୀମନ୍ଦିର ପାଇଁ ଅଧିକ ସମୟ ଦେଇପାରିବେ। ଏ ସମ୍ପର୍କରେ ସେ ଆବଶ୍ୟକ ପରାମର୍ଶ ଦେଇଥିଲେ ବୋଲି ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ କହିଛନ୍ତି।
Trending
- ମୁଖ୍ୟମନ୍ତ୍ରୀ ରହିବେ କେଜ୍ରିୱାଲ: ପଦବୀରୁ ହଟାଇବା ଆବେଦନ ଖାରଜ କଲେ ହାଇକୋର୍ଟ
- ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରାଯାଉଛି, ହେଉଛି ବେଞ୍ଚ ଫିକ୍ସିଂ: ୬୦୦ରୁ ଅଧିକ ଆଇନଜୀବୀ ସିଜେଆଇଙ୍କୁ ଲେଖିଲେ ଚିଠି
- ବରୁଣଙ୍କ ଭାବପ୍ରବଣ ଚିଠି: ଶେଷ ନିଃଶ୍ବାସ ପର୍ଯ୍ୟନ୍ତ ପିଲଭିତ୍ ସହିତ ତୁଟିବନି ମୋ ସମ୍ପର୍କ
- ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା: ଭର୍ତ୍ତୃହରି-ସିଦ୍ଧାନ୍ତ-ଦମୟନ୍ତୀ ବିଜେପିରେ ଯୋଗ ଦେଇପାରନ୍ତି
- ରାଜଧାନୀରେ ବନ୍ଧୁକ ମାଫିଆ: ନିର୍ବାଚନ ବେଳେ ସୁପାରି କିଲର ସକ୍ରିୟ
- ପୁଲିସ କର୍ମଚାରୀଙ୍କ ଶବ ପାଇଁ ଟଣାଓଟରା: ଦୁଇ ପତ୍ନୀ, ମା’ ମୁହାଁମୁହିଁ; ଶେଷରେ ଶବ ନେଲେ ମା’
- ରାଜନୈତିକ ଶତ୍ରୁତାରୁ ହୋଲିରେ ଗୋଷ୍ଠୀ ସଂଘର୍ଷ: ସରପଞ୍ଚଙ୍କ ସ୍ବାମୀ, ଦିଅରଙ୍କ ସହ ୧୦ ଆହତ
- କନ୍ଧମାଳ ଲୋକସଭା ଆସନରୁ ପୁଣି ଅଚ୍ୟୁତ: ଘୁ.ଉଦୟଗିରିରୁ ସାଲୁଗା
Friday, March 29