ଅପରାଧ ରାଜ୍ୟ

ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା; ଜଣେ ମୃତ

ଆଠଗଡ଼ : ଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ପୁଲିସ ସୂଚନା ଦେଇଛି। ଏହି ଘଟଣା ପରେ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।

ସୂଚନା ମୁତାବକ, ଶୁକ୍ରବାର ରାତିରେ ରାଣୀ ପଣ୍ଡା ଅନୁଗୁଳରୁ ଏକ ବିବାହ ଭୋଜି ସାରି ଭୁବନେଶ୍ୱର ଫେରୁଥିଲେ। ରାତି ପ୍ରାୟ ସାଢ଼େ ୧୦ଟାରେ ଆଠଗଡ଼-ମୁଣ୍ଡଳୀ ରାସ୍ତାର ରାଜନଗର ଗ୍ରାମ ନିକଟ ଡାଳଖାଇ ଠାକୁରାଣୀଙ୍କ ମନ୍ଦିର ନିକଟରେ ଏକ ବାଇକ୍‌ ସହ କାର୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଚାଳକ ରାଜନଗର ଗ୍ରାମର ଶ୍ରୀନିବାସ ବେହେରାଙ୍କ ପୁଅ ସୁକାନ୍ତ ବେହେରା ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। କଟକରେ ତାଙ୍କର ମୃତ୍ୟୁ ଘଟିଥିବା ଆଠଗଡ଼ ଥାନା ସୂତ୍ରରୁ ସୂଚନା ମିଳିଛି। ଅନ୍ୟପଟେ, ଦୁର୍ଘଟଣାରେ ଉଭୟ ଗାଡ଼ି ଭାଙ୍ଗିରୁଜି ଯାଇଥିଲା ବେଳେ କାର୍‌ ଚାଳକ ଆହତ ହୋଇଛନ୍ତି।

ଏହି ଘଟଣା ପରେ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଭିନେତ୍ରୀ ରାଣୀ ପଣ୍ଡା ଓ କାର୍‌ ଚାଳକଙ୍କୁ ଉଦ୍ଧାର କରି ଆଠଗଡ଼ ଥାନାକୁ ନେଇ ଯାଇଥିବା ଏସ୍‌ଡିପିଓ ବିଜୟ କୁମାର ବିଶି ସୂଚନା ଦେଇଛନ୍ତି। ଦୁର୍ଘଟଣା ପରେ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଥିବାରୁ ତିଗିରିଆ ଥାନା ଆଇଆଇସିଙ୍କ ସମେତ ପୁଲିସ କର୍ମଚାରୀମାନେ ଆଠଗଡ଼ରେ ପହଞ୍ଚି ଛନ୍ତି। ଆଠଗଡ଼ ଥାନାର ସମସ୍ତ ଗେଟ୍‌ ବନ୍ଦ ରହିଥିବା ଦେଖିବାକୁ ମିଳିଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।