ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ରାମଚନ୍ଦ୍ରପୁର ଗାଁରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ଘଟଣା : ବାପାଙ୍କ ପରେ ଏବେ ପୁଅର ବି ଚାଲିଗଲା ଜୀବନ

ବ୍ରହ୍ମପୁର ୨୯।୦୭ : ଗଞ୍ଜାମ ଜିଲ୍ଲା ଗୋପାଳପୁର ରାମଚନ୍ଦ୍ରପୁରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା । ବାପାଙ୍କ ପରେ ଏବେ ପୁଅଙ୍କର ବି ଚାଲିଗଲା ଜୀବନ । ମୃତକଙ୍କ ନାମ ଅଶୋକ ନାୟକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଗତ ୨୨ ତାରିଖରେ ଘର ଭିତରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟିଥିଲା । ଏଥିରେ ବାପା-ପୁଅ ଗୁରୁତର ହୋଇଥିଲା । ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ୨୫ ତାରିଖ ଦିନ ବାପାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଥିଲା । ପୁଅଙ୍କୁ ପର୍ଯ୍ୟାୟକ୍ରମେ ଭୁବନେଶ୍ୱରରେ ଏକ ଘରୋଇ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ଏବେ ଚିକିତ୍ସାଧୀନ ଅବସ୍ଥାରେ ପୁଅ ଅଶୋକଙ୍କ ମୃତ୍ୟୁ ହୋଇଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।