ଦେଶ ବିଦେଶ ରାଜନୀତି ସ୍ପେଶାଲ ରିପୋର୍ଟ ସ୍ୱାସ୍ଥ୍ୟ

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ଦିଲ୍ଲୀ ଏମ୍ସରେ ହେବ ବାଇପାସ୍ ସର୍ଜରୀ, ଓଡିଆ ଡାକ୍ତରଙ୍କ ଉପରେ ଗୁରୁଦାୟିତ୍ବ

ନୂଆଦିଲ୍ଲୀ ୩୦।୩: ଦିଲ୍ଲୀ ଏମ୍ସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ହେବ ବାଇପାସ୍ ସର୍ଜରୀ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ନିକଟରେ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ମଙ୍ଗଳବାର ତାଙ୍କର ବାଇପାସ୍ ସର୍ଜରୀ କରାଯିବ ବୋଲି ଏମ୍ସ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ଛାତିରେ ଯନ୍ତ୍ରଣା ହେବା ଯୋଗୁଁ ଶୁକ୍ରବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅଧିକ ଚିକିତ୍ସା ପାଇଁ ଆର୍ମି ହସ୍ପିଟାଲରୁ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ମାର୍ଚ୍ଚ ୨୭ ତାରିଖ ଅପରାହ୍ନରେ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀର ଗୁରୁଦାୟିତ୍ବ ଏମ୍ସର ଓଡିଆ ଡାକ୍ତର ଅକ୍ଷୟ କୁମାର ବିଶୋୟୀଙ୍କ ଉପରେ ଥିବାର ସୂଚନା ରହିଛି ।

ଉଲ୍ଲେଖଯୋଗ୍ୟ ଯେ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆର୍ମି ହସ୍ପିଟାଲରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଥିଲେ ।

NewsLaxmi7

About Author

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର