ଅପରାଧ ରାଜ୍ୟ

ରେଳଧାରଣାରୁ ମିଳିଲା ଦୁଇ ମୃତଦେହ, ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା !

କଣ୍ଟାବାଞ୍ଜି ୧୨।୦୭: ରେଳଧାରଣୀରୁ ଦୁଇ ମୃତଦେହ ଠାବ । ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ଯୁବକ ଥିବା ଜଣାପଡିଛି । ପ୍ରେମ ବ୍ୟାପାରକୁ ନେଇ ଉଭୟ ଆତ୍ମହତ୍ୟା କରିଥିବା ସନ୍ଦେହ । ବଲାଙ୍ଗୀର ମୁରିବାହାଲ ସାଲେପଡା ରେଳଧାରଣାରୁ ମିଳିଲା ମୃତଦେହ ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ ସାଲେପଡ଼ା ରେଳଧାରଣାରେ ୨ଜଣଙ୍କ ମୃତଦେହ ପଡିଥିବାର ଦେଖିବାକୁ ମିଳିଥିଲା । ଏହାପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରେଳଧାରଣାରେ ପଡିଥିବା ୨ଟି ମୃତଦେହକୁ ଜବତ କରିଛି । ତେବେ ମୃତକ ଜଣେ ମହିଳା ଏବଂ ଜଣେ ଯୁବକ ଥିବା ସୂଚନା ରହିଛି । ଉଭୟ ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ହେଲେ ଏନେଇ କୌଣସି ସଠିକ୍‌ ସୂଚନା ମିଳିନାହିଁ । ପୋଲିସର ତଦନ୍ତ ଓ ପୋଷ୍ଟ ମର୍ଟମ ରିପୋର୍ଟ ପରେ ହିଁ ପ୍ରକୃତ ତଥ୍ୟ ଜଣାପଡିବ ବୋଲି ସ୍ଥାନୀୟ ଲୋକେ ଆଶା ରଖିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।