ରାଜ୍ୟ ସ୍ପେଶାଲ ରିପୋର୍ଟ

ଲକ୍ଷ୍ମୀପୁର ଓ ନାରାୟଣପାଟଣାରେ ଭୂମିକମ୍ପ: ଲୋକେ ଆତଙ୍କିତ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଲକ୍ଷ୍ମୀପୁର: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର, ନାରାୟଣପାଟଣା ଓ ଦଶମନ୍ତପୁର ବ୍ଲକରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଭୋର ୫.୦୫ ମିନିଟ୍ ସମୟରେ ଭୂମିକମ୍ପ ହୋଇଥିବା ବେଳେ ଲୋକେ ଭୟଭୀତ ହୋଇଯାଇଥିଲେ। ଏହି ଭୂମିକମ୍ପରେ ଶୋଇଥିବା ଖଟ ହଲିଯାଇଥିଲା । ଭୟଭୀତ ହୋଇ ଲୋକେ ଉଠିପଡ଼ି ବାହାରକୁ ଚାଲିଆସିଥିଲେ।
ସୋସିଆଲ୍ ମିଡିଆରେ ଖୁବ ପ୍ରଚାର ପ୍ରସାର ହୋଇଥିବା ବେଳେ ସାଧାରଣ ଲୋକଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି। ସିରିଆ ଓ ତୁର୍କୀ ଘଟଣା ଲୋକଙ୍କ ମନରେ ଲିଭିନଥିବା ବେଳେ ଭାରତରେ ଭୂମିକମ୍ପ ହେବ ବୋଲି ଯେଉଁ ପୁର୍ବାଭାସ କରାଯାଇଛି। ତାହା ଏକ ପ୍ରକାର ସତ ହେବାକୁ ଯାଉଛି ବୋଲି ଏହି ଅଞ୍ଚଳରେ ଆଲୋଚନା ହେଉଛି। ଭୂମିକମ୍ପରେ ସେମିତି କିଛି କ୍ଷୟକ୍ଷତି ହୋଇ ନଥିଲେ ମଧ୍ୟ ଭୟ କିନ୍ତୁ ଛାଡ଼ିନି ବୋଲି ଲୋକେ ପ୍ରକାଶ କରିଛନ୍ତି।

ତେବେ ଜଗଦଳପୁରଠାରୁ ୧୨୯ କିମି ଦୂରରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିବାବେଳେ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।