ଭଦ୍ରକ ୨୯।୧୦ : ଭଦ୍ରକରେ ଲକ୍ଷ୍ମୀପୂଜା ଓ ପ୍ରସିଦ୍ଧ କାଳୀପୂଜା ପାଇଁ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ ବସିଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଯାଛି । ବୈଠକରେ ଜିଲ୍ଲାପାଳ ଡ. ଜ୍ଞାନ ଦାସଙ୍କ ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲାର ପ୍ରଶାସନିକ ଅଧିକାରୀ, ବିଭିନ୍ନ ପୂଜା କମିଟିର କର୍ମକର୍ତ୍ତା , ପୁଲିସ ଅଧିକାରୀ ଉପସ୍ଥିତ ରହିଥିଲେ ।
ତେବେ ପୂଜା ପୂର୍ବରୁ ସମସ୍ତ ପୂଜା କମିଟି ଉପଜିଲ୍ଲାପାଳଙ୍କ ଠାରୁ ବିଧିବଦ୍ଧ ଅନୁମତି ନେବାକୁ ବାଧ୍ୟ । ମଣ୍ଡପ ଗୁଡିକ ୩ ପାଖ ଆବଦ୍ଧ ହେବାକୁ ଥିବା ବେଳେ ସମ୍ମୁଖ ଭାଗ ମଧ୍ୟ ଆବଦ୍ଧ ହେବ । ପୁରୋହିତ, କର୍ମକର୍ତ୍ତା ଙ୍କୁ ମିଶାଇ ୭ଜଣରୁ ଅଧିକ ଲୋକ ରହି ପାରିବେ ନାହିଁ । ମୂର୍ତ୍ତି ଗୁଡିକର ଉଚ୍ଚତା ୪ଫୁଟ ଅଧିକ ହେବ ନାହିଁ । କମିଟି ପକ୍ଷରୁ ପ୍ରତି ମଣ୍ଡପର ଭିତରେ ଓ ବାହାରେ ସିସିଟିଭି ଲଗାଯିବ ।
କୌଣସି ଅପେରା, ସାଂସ୍କୃତିକ କାର୍ଯ୍ୟକ୍ରମ କିମ୍ବା ମାଇକ ଆଦି ବ୍ୟବହାର ହେବ ନାହିଁ । ଭସାଣ ନିମନ୍ତେ କୌଣସି ଶୋଭାଯାତ୍ରା ହୋଇପାରିବ ନାହିଁ । କୋଭିଡ-19ର ନିୟମକୁ କୌଣସି ମଣ୍ଡପରେ ଉଲଘଂନ ହେବାର ଜଣାଗଲେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନ ଆଦାୟ କରାଯିବ । ଏହାସିହତ କମିଟି ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । କମିଟି ବିରୋଧରେ ମାମଲା ରୁଜୁ କରାଯିବ ବୋଲି ଜିଲ୍ଲାପାଳ ଜ୍ଞାନ ଦାସ ସୂଚନା ଦେଇଛନ୍ତି ।
Trending
- ମୁଖ୍ୟମନ୍ତ୍ରୀ ରହିବେ କେଜ୍ରିୱାଲ: ପଦବୀରୁ ହଟାଇବା ଆବେଦନ ଖାରଜ କଲେ ହାଇକୋର୍ଟ
- ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରାଯାଉଛି, ହେଉଛି ବେଞ୍ଚ ଫିକ୍ସିଂ: ୬୦୦ରୁ ଅଧିକ ଆଇନଜୀବୀ ସିଜେଆଇଙ୍କୁ ଲେଖିଲେ ଚିଠି
- ବରୁଣଙ୍କ ଭାବପ୍ରବଣ ଚିଠି: ଶେଷ ନିଃଶ୍ବାସ ପର୍ଯ୍ୟନ୍ତ ପିଲଭିତ୍ ସହିତ ତୁଟିବନି ମୋ ସମ୍ପର୍କ
- ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା: ଭର୍ତ୍ତୃହରି-ସିଦ୍ଧାନ୍ତ-ଦମୟନ୍ତୀ ବିଜେପିରେ ଯୋଗ ଦେଇପାରନ୍ତି
- ରାଜଧାନୀରେ ବନ୍ଧୁକ ମାଫିଆ: ନିର୍ବାଚନ ବେଳେ ସୁପାରି କିଲର ସକ୍ରିୟ
- ପୁଲିସ କର୍ମଚାରୀଙ୍କ ଶବ ପାଇଁ ଟଣାଓଟରା: ଦୁଇ ପତ୍ନୀ, ମା’ ମୁହାଁମୁହିଁ; ଶେଷରେ ଶବ ନେଲେ ମା’
- ରାଜନୈତିକ ଶତ୍ରୁତାରୁ ହୋଲିରେ ଗୋଷ୍ଠୀ ସଂଘର୍ଷ: ସରପଞ୍ଚଙ୍କ ସ୍ବାମୀ, ଦିଅରଙ୍କ ସହ ୧୦ ଆହତ
- କନ୍ଧମାଳ ଲୋକସଭା ଆସନରୁ ପୁଣି ଅଚ୍ୟୁତ: ଘୁ.ଉଦୟଗିରିରୁ ସାଲୁଗା
Thursday, March 28