ରାଜ୍ୟ ସ୍ପେଶାଲ ରିପୋର୍ଟ

ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି | ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି | ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି | ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି, ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରର ରୂପ ନେବ। ଏହା ୨୬ ତାରିଖ ଆଡ଼କୁ ଆହୁରି ଘନୀଭୂତ ହେବ ଓ ଅବପାତର ରୂପ ନେବ।

ଫଳରେ ରାଜ୍ୟରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷିବ ବୋଲି ସତର୍କ କରାଯାଇଛି। ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୟାଗଡ଼, ଖୋର୍ଧା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୬ ତାରିଖ ଦିନ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ରାଜ୍ୟର ଅବଶିଷ୍ଠ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ଆସନ୍ତା ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବାର ସମ୍ଭାବନା ରହୁଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।