ରାଜ୍ୟ ସ୍ପେଶାଲ ରିପୋର୍ଟ

ଲଘୁଚାପ ସକ୍ରିୟ : ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା; ୧୩ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଗତକାଲି (ଗୁରୁବାର)ର ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ଉତ୍ତର-ଓଡିଶା ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି। ଏହା ଆଗାମୀ ୨ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ପରେ ଉତ୍ତର ଓଡିଶା -ଉତ୍ତର ଛତିଶଗଡ ମଧ୍ୟଦେଇ ଗତି କରିବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଏହାର ପୂର୍ବଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ଦେହରି, ରାଞ୍ଚି ମଧ୍ୟଦେଇ ଓଡିଶାର ବାଲେଶ୍ୱରରୁ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ଉତ୍ତର-ଓଡିଶା ଉପକୂଳ ଅଞ୍ଚଳରର ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏଁ ଲମ୍ବିଛି।

ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ବେଳେ ୧୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବେଳେ ୧୭ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ଅଗଷ୍ଟ, ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ଝାରସୁଗୁଡା, ଏବଂ ବରଗଡ ପ୍ରଭୃତି ୧୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ  ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ, ଢ଼େଙ୍କାନାଳ ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ଭାବ୍ୟ ଲଘୁଚାପ ହେତୁ ଓଡିଶା ଉପକୂଳର ସମୁଦ୍ର ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ମଧ୍ୟରେ ଆଗାମୀ ୨୪ ଘଣ୍ଟା ଯାଏଁ ଝଡପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ରହିଛି। ତେଣୁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୨୪ ଘଣ୍ଟା ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

ଅନ୍ୟପକ୍ଷରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ମେଘାଛନ୍ନ ରହିବା ସହ ତୁହାକୁ ତୁହା ବର୍ଷା ଲାଗି ରହିଛି। ତେବେ, ଟୁଇନ୍‌ ସିଟି ଅଞ୍ଚଳରେ ଅପରାହ୍ଣରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।