ଅପରାଧ ରାଜ୍ୟ

ଲାଞ୍ଚ ନେଇ ଧରାପଡିଲେ ପଞ୍ଚାୟତ ପିଇଓ, ବିଲ୍‌ ପାସ କରିବାକୁ ନେଉଥିଲେ ୬ହଜାର ଟଙ୍କା

ବ୍ରହ୍ମପୁର ୩୦।୦୬ : ଲାଞ୍ଚ ନେଇ ଧରାପଡିଲେ ପଞ୍ଚାୟତ ପିଇଓ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଳକ୍ ତୁତୁବୁଡି ପଞ୍ଚାୟତ ପିଇଓ ରାଜେନ୍ଦ୍ର କୁମାର ବେହେରା । ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ।

ଖବର ଅନୁଯାୟୀ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ଘର ବାବଦର ଶେଷ ପର୍ଯ୍ୟାୟର ୩୦ ହଜାର ଟଙ୍କା ରିଲିଜ୍ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏକକାଳୀନ କେ ନୂଆଗାଁ ଥାନା ଅନ୍ତର୍ଗତ ବନମାଳି ଏବଂ ବ୍ରହ୍ମପୁର ଲକ୍ଷ୍ମୀବିହାର ପ୍ରଥମ ଲାଇନ୍ ଭଡା ଘର ଦୁଇଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଏନେଇ ସୂଚନା ଦେଲେ ବ୍ରହ୍ମପୁର ଭିଜିଲାନ୍ସ ଏସ୍‌ପି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।